Breaking PLUSଓଡ଼ିଶାମୁଖ୍ୟ ଖବରସ୍ୱାସ୍ଥ୍ୟ

ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ! କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା

ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ରେ ଏକ ଦୁଃଖଦ ଘଟଣାକୁ ନେଇ ଭୟଙ୍କର ଉତ୍ତେଜନା ସୃଷ୍ଟି ହୋଇଛି। ଭୁଲ ଇଞ୍ଜେକ୍ସନ୍ ଦେବା ଯୋଗୁ ଜଣେ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ଉଠିଛି।
ସୂଚନା ଅନୁଯାୟୀ, ଚାନ୍ଦପୁର ଅଞ୍ଚଳର ଜଣେ ଶିଶୁ ସାଇକେଲ ଧକ୍କାରେ ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା। କିନ୍ତୁ ଚିକିତ୍ସା ସମୟରେ ଭୁଲ ଇଞ୍ଜେକ୍ସନ୍ ଦିଆଯାଇଥିବାରୁ ଶିଶୁଟିର ମୃତ୍ୟୁ ଘଟିଥିବା ମୃତକଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି।
ଏହି ଘଟଣା ପରେ ହସ୍ପିଟାଲ ପରିସରରେ କାନ୍ଦ ବୋବାଳିର ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଶେଷକରି ପୋଷ୍ଟମର୍ଟମ ୱାର୍ଡ ସାମ୍ନାରେ ଉତ୍ତେଜନା ବଢ଼ିଥିଲା। ପରିବାର ଲୋକେ ଡାକ୍ତର ଓ ନର୍ସଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ଆନ୍ଦୋଳନରେ ବସି ରହିଛନ୍ତି।
ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ଶାନ୍ତ କରିବାରେ ଲାଗିପଡ଼ିଛି। ତଥାପି ଘଟଣାକୁ ନେଇ ହସ୍ପିଟାଲ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ମିଳିନାହିଁ।
ଉଲ୍ଲେଖଯୋଗ୍ୟ, ଗତ ବର୍ଷ ମଧ୍ୟ ଏହି ହସ୍ପିଟାଲରେ ଭୁଲ ଇଞ୍ଜେକ୍ସନ୍ ଦେବା ଯୋଗୁ ଜଣେ ୩ ବର୍ଷର ଶିଶୁର ମୃତ୍ୟୁ ଘଟିଥିବା ଅଭିଯୋଗ ଆସିଥିଲା। ସେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଣାରେ ଦୁଃଖ ପ୍ରକାଶ କରି ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଥିଲେ।

Show More

Related Articles

Back to top button