
ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡରରେ କାର୍ଯ୍ୟ ଦିବସ, ପରୀକ୍ଷା ଆରମ୍ଭ, ଶେଷ, ଫଳ ପ୍ରକାଶ, ପୂଜା ଛୁଟି ନେଇ ସବିଶେଷ ତଥ୍ୟ ପ୍ରକାଶ ପାଇଛି। କ୍ୟାଲେଣ୍ଡର ଅନୁଯାଇ ଚଳିତ ବର୍ଷ ମଧ୍ୟ ଛାତ୍ର ସଂସଦ ନିର୍ବାଚନ ହେବନାହିଁ। କ୍ରମାଗତ ଭାବେ ଷଷ୍ଠ ଥର ପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି। ତେବେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡରରେ କାର୍ଯ୍ୟ ଦିବସ, ପରୀକ୍ଷା ଆରମ୍ଭ, ଶେଷ, ଫଳ ପ୍ରକାଶ, ପୂଜା ଛୁଟି ନେଇ ସବିଶେଷ ତଥ୍ୟ ରହିଛି। ମାତ୍ର ଛାତ୍ର ସଂସଦ ନିର୍ବାଚନ କଥା ଉଲ୍ଲେଖ ନାହିଁ। ଚଳିତ ଶିକ୍ଷାବର୍ଷରେ ୧୮୦ ଦିନ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ ଏବଂ ରବିବାର ବ୍ୟତୀତ ୭୨ଟି ଛୁଟି ଦିବସ ରହିଛି। ୨୦୨୪ ମେ’ ୫ରୁ ଜୁନ୍ ୧୯ ମଧ୍ୟରେ ଗ୍ରୀଷ୍ମ ଛୁଟି ହେବ। ଏହା ଛଡା ୨୦୨୩-୨୪ ଶିକ୍ଷାବର୍ଷରେ ଉଚ୍ଚଶିକ୍ଷା ବିଭାଗ ଅଧୀନ ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଏକକ ଶିକ୍ଷା କ୍ୟାଲେଣ୍ଡର କଡ଼ାକଡ଼ି ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।