ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରୁ ଗିରଫ ହେଲେ ଟିକେଟ ଦଲାଲ । ଟିକେଟ ଦଲାଲ କରୁଥିବା ଅଭିଯୋଗରେ ୧୨ଜଣ ଦଲାଲଙ୍କୁ ଥାନାକୁ ଉଠାଇ ଆଣିଛି ପୁଲିସ । ଦୀର୍ଘଦିନ ହେବ ଏମ୍ସ ହସ୍ପିଟାଲରେ ଡାକ୍ତରଙ୍କ ପରାମର୍ଶ ପାଇଁ ଟିକେଟ କାଟି ବ୍ଲାକରେ ବିକ୍ରି କରୁଥିଲେ ଏହି ଦଲାଲମାନେ । ବିଭିନ୍ନ ଆଳରେ ବାହାର ଜିଲ୍ଲାରୁ ଆସୁଥିବା ରୋଗୀ ଓ ସମ୍ପର୍କୀୟଙ୍କୁ ଠକି ଏମାନେ ଟଙ୍କା ନେଉଥିଲେ । ଟିକେଟ, ଆଡମିଶନ ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବାକୁ କହି ସେମାନଙ୍କୁ ଲୁଟୁଥିଲେ । ରୋଗୀମାନଙ୍କ ଲାଗି ଡାକ୍ତରଙ୍କ ପରାମର୍ଶ ପାଇଁ ମାଗଣା ସେବା ଉପଲବ୍ଧ ଥିବା ସତ୍ତ୍ୱେ ସେମାନେ ହନ୍ତସନ୍ତ ହେଉଥିଲେ। ଦଲାଲ ମାନେ ଆଗୁଆ ଟିକେଟ କାଟି ରୋଗୀଙ୍କୁ ୪ରୁ ୫ ହଜାର ଟଙ୍କାରେ ବିକୁଥିଲେ । ଏନେଇ ଖଣ୍ଡଗିରି ଥାନା ପୁଲିସ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇବା ପରେ ଆଜି ଚଢ଼ାଉ କରି ୧୨ ଜଣକୁ ଗିରଫ କରିଛି ପୁଲିସ । ଘଟଣାରେ ଧରପଗଡ଼ ଜାରି ରହିଥିବା ବେଳେ, ଆଗକୁ ଦଲାଲଙ୍କ ସଂଖ୍ୟା ବଢିବ ବୋଲି ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି I
Related Articles
Check Also
Close