Breaking PLUSଦେଶ ବିଦେଶମୁଖ୍ୟ ଖବର

ପାକିସ୍ତାନର ୧୬ ଚ୍ୟାନେଲ ବ୍ୟାନ୍‌

ଜମ୍ମୁ-କାଶ୍ମୀର ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଆକ୍ସନ ମୋଡ୍‌ରେ ଭାରତ। ପାକ୍‌ ବିରୋଧରେ ଅନେକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପରେ ଏବେ ଉତ୍ତେଜନାମୂଳକ ଏବଂ ସମ୍ବେଦନଶୀଳ ସାମ୍ପ୍ରଦାୟିକ ବିଷୟବସ୍ତୁ ପ୍ରସାର କରିବାକୁ ନେଇ ଏକାଧିକ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଭାରତ। ମୋଟ୍‌ ୬୩ ମିଲିୟନ ସବସ୍କ୍ରାଇବର୍ ଥିବା ୧୬ଟି ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଯେଉଁ ଚ୍ୟାନେଲଗୁଡ଼ିକୁ ବ୍ୟାନ୍ କରାଯାଇଛି ସେଥିରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ସୋଏବ ଅଖତରଙ୍କ ୟୁଟ୍ୟୁବ୍ ଚ୍ୟାନେଲ ମଧ୍ୟ ଅନ୍ତର୍ଭୁକ୍ତ। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ସୁପାରିଶ ପରେ ୟୁଟ୍ୟୁବ ଚ୍ୟାନେଲଗୁଡ଼ିକୁ ବ୍ୟାନ୍‌ କରାଯାଇଛି।

Show More

Related Articles

Back to top button