Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନିଜର ଜନ ଗଣନା

ଭୁବନେଶ୍ୱର, ୦୨ ଏପ୍ରିଲ -ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନିଜର ଜନ ଗଣନା । ଡିଜିଟାଲ ପ୍ରକ୍ରିୟାରେ ଜନ ଗଣନା କରିଥିବା ନେଇ ସୂଚନା ଦେଲେ ଜନ ଗଣନା ନିର୍ଦ୍ଦେଶକ ନିଖିଲି ପବନ କଲ୍ୟାଣ । ସେପଟେ କେମିତି ଚାଲିଛି ଜନଗଣନା ବୈଠକ ଡାକି ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ । ଜନଗଣନା ସମନ୍ୱୟ କମିଟିର ଦ୍ଵିତୀୟ ବୈଠକରେ  ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ବିଭିନ୍ନ ବିଭାଗର ସଚିବ ଓ ଉନ୍ନୟନ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀ ମାନେ ହୋଇଥିଲେ ସାମିଲ । ଆତ୍ମ ଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ କରିଛନ୍ତି ଉଭୟ ମୁଖ୍ୟ ଶାସନ ସଚିବ ଓ ଜନ ଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ ।

Show More

Related Articles

Back to top button