Breaking PLUSଓଡ଼ିଶାମୁଖ୍ୟ ଖବର

24 ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ପଶ୍ଚିମ ବସ୍ତର ଡିଭିଜନର ୨୪ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ୧୧ ଜଣ ମହିଳା ରହିଛନ୍ତି। ଜିଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏମାନେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୧୪ ଜଣଙ୍କ ନାମରେ ୨୯ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲା। ସଂଗଠନର ଅତ୍ୟାଚାରରେ ଅତିଷ୍ଠ ହେବାସହ ସରକାରଙ୍କ ଆତ୍ମସମର୍ପଣ ନୀତିରେ ପ୍ରଭାବିତ ହୋଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ମନ ବଳାଇଥିବା ସେମାନେ ପ୍ରକାଶ କରିଛନ୍ତି। ଆତ୍ମସମର୍ପଣ କରିଥିବା ସମସ୍ତ ୨୪ ଜଣଙ୍କୁ ସରକାରଙ୍କ ପକ୍ଷରୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

Show More

Related Articles

Back to top button