ଦେଶସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୬୭୮ କରୋନା ସଂକ୍ରମଣ ଚିହ୍ନଟ

ଆଜି ଦେଶରେ ଅଢ଼େଇ ହଜାର ଉପରେ ରହିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨,୬୭୮ ନୂତନ ସଂକ୍ରମଣ । ସେହିପରି ୧୦ ମୃତ୍ୟୁ ରେକର୍ଡ କରାଯାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସାମାନ୍ୟ ବୃଦ୍ଧି ପାଇଥିଲେ ବି ୨୭ ହଜାର ମଧ୍ୟରେ ରହିଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବସାଇଟରୁ  ଜଣାପଡ଼ିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୬୮,୫୫୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୫୮୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୨୧,୩୩,୨୪୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ଗତକାଲି ପରୀକ୍ଷା କରାଯାଇଛି ୨,୩୭,୯୫୨ଟି ନମୁନା।

Show More

Related Articles

Back to top button