ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୩୦୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ଦେଶରେ ଗତ କିଛି ଦିନର ବ୍ୟବଧାନ ପରେ ପୁଣି କରୋନା ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୮୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ହଜାରୁ କିଛି ଅଧିକ ରହିଛି।

ଦେଶରେ ଗତ କିଛି ଦିନର ବ୍ୟବଧାନ ପରେ ପୁଣି କରୋନା ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୮୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ହଜାରୁ କିଛି ଅଧିକ ରହିଛି। ବିଗତ ୭୧ ଦିନ ମଧ୍ୟରେ ଆଜି ସର୍ବନିମ୍ନ ନୂତନ ସଂକ୍ରମଣ ରେକର୍ଡ କରାଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୦,୮୩୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୩୦୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୪,୩୯,୯୮୯ ଓ ମୃତ୍ୟୁସଂଖ୍ୟା ୩,୭୦,୩୮୪ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୩୨,୦୬୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୦,୪୩,୪୪୬ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦,୨୬,୦୪୮।



