
ରାଜ୍ୟରେ ୭୫୪୦ ପଦବୀ ପାଇଁ ନିଯୁକ୍ତି ପାଇବେ ଶିକ୍ଷକ ଓ ଶିକ୍ଷୟିତ୍ରୀ । ଏହି ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବାବେଳେରାଜ୍ୟର ୪୮୪୮ଟି ସରକାରୀ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତ ପାଇବେ ।
ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ। ଟିଜିଟି (କଳା), ଟିଜିଟି (ପିସିଏମ୍ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ପାଇଁ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।