7ଦିନ ପାଇଁ କାଳବୈଶାଖୀ ବର୍ଷା ନେଇ ଚେତାବନୀ

ଭୁବନେଶ୍ୱର, 7ଜୁନ- କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ଆସନ୍ତା ୧୪ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ନୂଆପଡା, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।



