Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୮୧ ପ୍ଲାଟୁନ୍‌ ଫୋର୍ସ 

ଭୁବନେଶ୍ୱର–ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୮୧ ପ୍ଲାଟୁନ୍‌ ଫୋର୍ସ  । ଏନେଇ ସୂଚନା ଦେଲେ ପୋଲିସ କମିଶନର ସଞ୍ଜୀବ ପଣ୍ଡା  । ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି’ ,’୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ହେବେ ।’ବିମାନବନ୍ଦରଠୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍‌’  ।’ବ୍ୟାପକ ମହିଳା ପୋଲିସ ସହ ସାଧା ପୋଷାକରେ ରହିବେ ପୋଲିସ ।‘ଓଡ୍ରାଫ, ୬ କମ୍ପାନୀ ସିଆରପିଏଫ୍‌ ମଧ୍ୟ ମୁତୟନ ରହିବେ’ ।

ପୋଲିସ କମିସନର ଶ୍ରୀ ପଣ୍ଡା କହିଛନ୍ତି ଯେ, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିମାନବନ୍ଦରରୁ ଜନତା ମଇଦାନ ରାସ୍ତାରେ ବ୍ୟାରିକେଡ୍ ହେବ। ଏହାଛଡ଼ା ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍ କଟକଣା ଲାଗୁ ହେବ। ଖାଲିସେତିକି ନୁହେଁ, ସାଧା ପୋଷାକରେ ବି ପୁଲିସ ବୁଲିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ଗୁଇନ୍ଦା ବିଭାଗ ଅଧିକ ସକ୍ରିୟ ରହିଛି

Show More

Related Articles

Back to top button