Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା ଭାଇରସ୍
ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରାପ୍ତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ଭିତରେ ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। ଅପରପକ୍ଷରେ ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ଜଣଙ୍କ ମୃତ୍ୟୁ ଘଟିଛି।
ଏହି ନୂଆ ମୃତ୍ୟୁ ମାମଲାକୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୧୪ଜଣଙ୍କ ପ୍ରାଣ ନେଇଛି କରୋନା। ଏଣେ ବୌଦ୍ଧରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭ରେ ପହଞ୍ଚିଥିବା ବେଳେ, ରାୟଗଡ଼ାରେ ୯୦ କଳାହାଣ୍ଡିରେ ୬୯, ନୂଆପଡ଼ାରେ ୪୬ ଓ ସୁନ୍ଦରଗଡ଼ରେ ୨୨୯କୁ ବୃଦ୍ଧି ପାଇଛି। ସେହିପରି ଗଜପତିରେ ଏଯାବତ୍ ୪୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କୋରାପୁଟରେ ୨୬ ଓ ବଲାଙ୍ଗୀରରେ ୫୬ ଜଣଙ୍କ ମୃତ୍ୟୁ ଘଟିଛି।