UG ଓ PG ପରୀକ୍ଷା ହେବ, ୧୮ରେ ନିଆଯିବ ଚୂଡାନ୍ତ ନିଷ୍ପତ୍ତି
ରାଜ୍ୟରେ ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷା ହେବ । ଏନେଇ ୧୮ ତାରିଖରେ ଚୁଡାନ୍ତ ନିଷ୍ପତ୍ତି ନିଆଯିବ । ପରୀକ୍ଷା ହେଲେ ଭଲ । ପିଲାମାନେ ପାଠପଢା ଜାରି ରଖନ୍ତୁ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ।
ରାଜ୍ୟରେ ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷା ହେବ । ଏନେଇ ୧୮ ତାରିଖରେ ଚୁଡାନ୍ତ ନିଷ୍ପତ୍ତି ନିଆଯିବ । ପରୀକ୍ଷା ହେଲେ ଭଲ । ପିଲାମାନେ ପାଠପଢା ଜାରି ରଖନ୍ତୁ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ।
ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ପରୀକ୍ଷା ହେବା ନେଇ ଏକ ପ୍ରକାର ଚୁଡାନ୍ତ ହୋଇଛି । ୧୮ ତାରିଖରେ ଚୁଡାନ୍ତ ନିଷ୍ପତ୍ତି ନିଆଯିବ । ପରୀକ୍ଷା ହେଲେ ଭଲ, ତେଣୁ ପିଲାମାନେ ପାଠ ପଢା ଜାରି ରଖିବା ଦରକାର । ୧୮ ତାରିଖରେ ପୁଣି କୁଳପତିମାନଙ୍କ ସହ ବୈଠକ ବସିବ ।
ଆହୁରି ମଧ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ଏହି ୭ ଦିନ ମଧ୍ୟରେ ବିଭିନ୍ନ କୂଳପତିମାନେ ବିଭିନ୍ନ କଲେଜର ପ୍ରିନ୍ସିପାଲ ଓ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ।ଏହାପରେ ଏକ ରିପୋର୍ଟ ପ୍ରସ୍ତୁତ କରାଯାଇ ଚୁଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ, ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର (ପିଜି)ର ନାମଲେଖା, ପାଠପଢା ଓ ପରୀକ୍ଷା ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ରାଜ୍ୟର ସମସ୍ତ ବଶ୍ୱବିଦ୍ୟାଳୟ କୁଳପତିମାନଙ୍କ ବୈଠକ ହେବ । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହି ବୈଠକରେ ଅଧ୍ୟକ୍ଷତା କରିବେ । ଲକ୍ ଡାଉନ ବେଳେ ପାଠପଢ଼ା ସହିତ ୟୁଜି/ପିଜି ପରୀକ୍ଷା ନେଇ କୁଳପତିମାନଙ୍କ ମତାମତ ନିଆଯିବ ।