Breaking PLUSଓଡ଼ିଶାମୁଖ୍ୟ ଖବର
ଚଳିତମାସ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ
ଜୁନ୍ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି ବୋଲି ସେ କହିଛନ୍ତି।

ସେପଟେ ସ୍କୁଲ ଖୋଲାଯିବା ନେଇ ଏବେ ସ୍କୁଲ ଖୋଲିବା ସମ୍ପର୍କରେ କହିବା ସମ୍ଭବ ନୁହେଁ ବୋଲି ସେ କହିଛନ୍ତି । ବିଶେଷଜ୍ଞ ଓ ମୁଖ୍ୟମନ୍ତ୍ରୀ ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ । ଆସନ୍ତା ୧୭ରୁ ୟୁଟ୍ୟୁବରେ ନବମ ଓ ଦଶମ ପିଲାଙ୍କୁ ଶିକ୍ଷାଦାନ ଦିଆଯିବ ।
ସବୁ ଜିଲ୍ଲାର ଡିଇଓମାନଙ୍କୁ ବିଷୟ ସ୍ଥିର କରିବାକୁ କୁହାଯାଇଛି । ଆସନ୍ତା ୧୮ରେ ଏନେଇ ୩୦ ଜିଲ୍ଲାର ଡିଇଓଙ୍କ ସହ ବୈଠକ ହେବ ବୋଲି ସେ ଜଣାଇଛନ୍ତି ।