ଆଜିଠୁ ମାଟ୍ରିକ୍ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ
ମାଟ୍ରିକ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ପାଇଁ ଆଜିଠୁ ଫର୍ମ ପୂରଣ ଆରମ୍ଭ ହୋଇଛି। ଯାହା ଜୁଲାଇ ୧୪ ତାରିଖ ମଧ୍ୟରାତ୍ର ପର୍ୟ୍ୟନ୍ତ ଚାଲିବ । ବୋର୍ଡ ୱେବସାଇଟ www.bseodisha.ac.inରେ ଏନେଇ ସମସ୍ତ ନିର୍ଦ୍ଦେଶାବଳୀ ଦିଆଯାଇଛି । ବିନା ଫି'ରେ ଫଳାଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ମାଟ୍ରିକ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ପାଇଁ ଆଜିଠୁ ଫର୍ମ ପୂରଣ ଆରମ୍ଭ ହୋଇଛି। ଯାହା ଜୁଲାଇ ୧୪ ତାରିଖ ମଧ୍ୟରାତ୍ର ପର୍ୟ୍ୟନ୍ତ ଚାଲିବ । ବୋର୍ଡ ୱେବସାଇଟ www.bseodisha.ac.inରେ ଏନେଇ ସମସ୍ତ ନିର୍ଦ୍ଦେଶାବଳୀ ଦିଆଯାଇଛି । ବିନା ଫି’ରେ ଫଳାଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
ପରୀକ୍ଷା ସୂଚୀ ମଧ୍ୟ ପ୍ରକାଶ ପାଇଛି । ଜୁଲାଇ ୩୦ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ । ସେହିପରି ଜୁଲାଇ ୩୧ ତାରିଖରେ ଦ୍ବିତୀୟ ଭାଷା, ଅଗଷ୍ଟ ୨ ତାରିଖରେ ଗଣିତ, ୩ ତାରିଖରେ ସାଧାରଣ ବିଜ୍ଞାନ, ୪ ତାରିଖରେ ସାମାଜିକ ବିଜ୍ଞାନ ଓ ୫ ତାରିଖରେ ତୃତୀୟ ଭାଷା ପରୀକ୍ଷା ହେବ । ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ଶେଷ ହେବ । କେବଳ ଗଣିତ ପାଇଁ ୧୫ ମିନିଟ୍ ଅଧିକ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଫଳାଫଳକୁ ନେଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଫଳରେ ବୋର୍ଡ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଦେବାକୁ ସୁଯୋଗ ଦେଇଛନ୍ତି।
କୋଭିଡ୍ ଗାଇଡ୍ ଲାଇନ୍ ଅନୁସାରେ ପରୀକ୍ଷା କରାଯିବ। ୧୫ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବ। ଜୁଲାଇ ପରୀକ୍ଷା ଫଳ ବାହାରିବା ପରେ ଯୁକ୍ତ ଦୁଇରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ।



