ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୭ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ, ଅନୁଗୁଳ ଓ ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୩୨ ହଜାର ୩୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୭ ହଜାର ୫୮୦ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୪୧୫ ଜଣଙ୍କର ମୃତ୍ୟୁ ହୋଇଛି ।