
ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ବରଗଡ଼, କେନ୍ଦୁଝର, ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ମୟୁରଭଞ୍ଜ, ଅନୁଗୁଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି ।
ସେହିପରି ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ , ଜଗତସିଂହପୁର, ଝାରସୁଗୁଡ଼ା , କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୯୭୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୫୪୬୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୦୯୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୯୯ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୫୬୮୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।