ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ କରୋନା ନେଲା ୬୮ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି ।

କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୫୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୦୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୧୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button