ଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ଲଘୁଚାପ

୪୮ ଘଣ୍ଟା ଯାଏଁ ଛେଚିବ, ୫୦ କିମି ବେଗରେ ବହିବ ପବନ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଚି ହୋଇଥିବା ଲଘୁଚାପ ୱେଲମାର୍କଡ଼ ବା ସ୍ପଷ୍ଟ ରୂପ ନେଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ତେବେ ଉପକୂଳବର୍ତ୍ତି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼,ଦେବଗଡ଼,ଝାରସୁଗୁଡ଼ା, ସୋନପୁର, କେନ୍ଦୁଝର, ସମ୍ବଲପୁର, ବରଗଡ଼,ବଲାଙ୍ଗୀର, ନୂଆପଡ଼ା ।

ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟରକୁ ବୃଦ୍ଧି ପାଇପାରେ ।ତେବେ ଆଗାମୀ କିଛି ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବିଭାଗ ପକ୍ଷରୁ ସତର୍କ କରାଯାଇଛି ।

Show More

Related Articles

Back to top button