ଶିବରାଜଙ୍କୁ କରୋନା
ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ କରୋନା ଆକ୍ରାନ୍ତ, ଟୁଇଟ୍ କରି ଜଣାଇଲେ
() ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ସ୍ବାବ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ଏବେ ତାଙ୍କର ନମୁନା ରିପୋର୍ଟ ପଜିଟିଭ୍ ଆସିଛି। ଏ ନେଇ ଶିବରାଜ ଚୌହାନ ଓ ଏଏନ୍ ଆଇ ପକ୍ଷରୁ ଟୁଇଟ୍ କରି କରାଯାଇଛି।
Bhopal: An ambulance arrives at the residence of Madhya Pradesh CM Shivraj Singh Chouhan, after he tests positive for #COVID19 pic.twitter.com/nomGUJq0KF
— ANI (@ANI) July 25, 2020
ଟୁଇଟରେ ଶିବରାଜ ଲେଖିଛନ୍ତି, ମୋର ପ୍ରିୟ ରାଜ୍ୟବାସୀ, ମୋ ଶରୀରରେ କୋଭିଡ-୧୯ର ଲକ୍ଷଣ ଦେଖାଯାଉଥିଲା। ମୁଁ ସ୍ୱାବ ନମୁନା ପରୀକ୍ଷା କରାଇବା ପରେ ରିପୋର୍ଟ ପଜିଟିଭ୍ ଆସିଛି। ତେଣୁ ମୁଁ ମୋର ସବୁ ସାଥୀମାନଙ୍କୁ ଅନୁରୋଧ କରୁଛି କି, ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର କୋଭିଡ ପରୀକ୍ଷା କରାଇ ନିଅନ୍ତୁ ଓ ନିଜକୁ ସଙ୍ଗରୋଧରେ ରଖନ୍ତୁ।
मेरे प्रिय प्रदेशवासियों, मुझे #COVID19 के लक्षण आ रहे थे, टेस्ट के बाद मेरी रिपोर्ट पॉज़िटिव आई है। मेरी सभी साथियों से अपील है कि जो भी मेरे संपर्क में आए हैं, वह अपना कोरोना टेस्ट करवा लें। मेरे निकट संपर्क वाले लोग क्वारन्टीन में चले जाएँ।
— Shivraj Singh Chouhan (@ChouhanShivraj) July 25, 2020