
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୭୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୭୧ ହଜାର ୩୯୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୪୦ ଜଣ ରହିଛନ୍ତି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୯୫୬ରେ ପହଞ୍ଚିଛି ।
ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୧୨ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୭୪ ଜଣ ଲୋକାଲ୍ କେସ୍ ରହିଛନ୍ତି । ୧୧୪୮୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୭୧ ହଜାର ୩୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୬୨୬୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।