Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୬୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୪ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ଜଣ, ବାଲେଶ୍ୱରଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ ଲେଖାଏଁ।, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Show More

Related Articles

Back to top button