ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୮ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୩୩୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି।
୨୪ ଘଣ୍ଟା ମଧ୍ୟରେ ୩୦୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୨ ଲକ୍ଷ ୮ ହଜାର ୩୩୦ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୨ ହଜାର ୩୧୭ରେ ପହଞ୍ଚିଛି। ଏବେ ଦେଶରେ ୩୯୧୫୧୬ ସକ୍ରିୟ ମାମଲା ରହିଛି ।ସେହିପରି ୩୨୩୭୪୪୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।