Breaking PLUSଓଡ଼ିଶାମୁଖ୍ୟ ଖବର
ବିପଦ ସଙ୍କେତ ପାର୍ କଲା ବୈତରଣୀ

ଫୁଲୁଛି ବୈତରଣୀ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ପୁଣି ବଢିବାରେ ଲାଗିଛି ଜଳସ୍ତର । ଭଦ୍ରକ ଜିଲ୍ଲାର ଆଖୁଆପଦାଠାରେ ବୈତରଣୀର ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ଅପରାହ୍ନ ୨ଟା ସୁଦ୍ଧା ୧୭.୮୫ ମିଟର ଉପରେ ବନ୍ୟାଜଳ ପ୍ରବାହିତ ହେଉଛି ।
ବୈତରଣୀ ନଦୀରେ ଜଳ ସ୍ତର ବୃଦ୍ଧି ପାଇଲେ ପୁଣି ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକ ପ୍ରଭାବିତ ହେବ ବୋଲି ଆଶଙ୍କା ରହିଛି । ତେଣୁ ପ୍ରଶାସନ ପକ୍ଷରୁ ସତର୍କ ନଜର ରଖାଯାଇଛି ବୋଲି ସୂଚନା ମିଳିଛି ।
ସୂଚନାଯୋଗ୍ୟ, ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗତକାଲି ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ ଜଳକା ନଦୀ ବନ୍ଧ ଭାଙ୍ଗି ଯାଇଥିଲା । ଏଥିଯୋଗୁଁ ଏକତାଳି ଗାଁ ନିକଟ ନଦୀବନ୍ଧରେ ୫୦୦ ଫୁଟର ଘାଇ ସୃଷ୍ଟି ହୋଇଥିଲା ।