ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ

ରାଜ୍ୟରେ ଖସୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଦ୍ୱିତୀୟ ଲହର ସଂକ୍ରମଣରେ ପ୍ରଥମଥର ପାଇଁ ରାଜ୍ୟରେ ଦୈନିକ ମାମଲା ୪ ଶହ ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୩ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି ଆଉ ୩୫୮ କରୋନା ଆକ୍ରାନ୍ତ । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ରହିଛନ୍ତି ୪୭ ଜଣ । ୨୦୯ଟି ମାମଲା କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୧୪୯ଟି ମାମଲା ସ୍ଥାନୀୟ ସଂକ୍ରମଣ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୧୩, ବରଗଡ଼ରୁ ୩, ଭଦ୍ରକରୁ ୮, ବଲାଙ୍ଗିରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୫, ଦେବଗଡ଼ରୁ ଜଣେ, ଗଜପତିରୁ ୭, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୮, ଯାଜପୁରରୁ ୧୧, କେନ୍ଦ୍ରାପଡ଼ାରୁ ୧୩, କେନ୍ଦୁଝରରୁ ଜଣେ, କୋରାପୁଟରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ମୟୂରଭଞ୍ଜରୁ ୧୧, ନୟାଗଡ଼ରୁ ୩, ରାୟଗଡ଼ାରୁ ୫, ସମ୍ବଲପୁରରୁ ୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩ ଓ ଷ୍ଟେଟପୁଲରୁ ୪୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୬୩୪କୁ ବୃଦ୍ଧି ପାଇଛି । ଏବେ ୫ ହଜାର ୧୧୯ଟି ସକ୍ରିୟ ମାମଲା ଥିବାବେଳେ ୧୦ ଲକ୍ଷ ୨୧ ହଜାର ୧୮୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button