ଓଡ଼ିଶାପାଣିପାଗ

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ରାଜ୍ୟରୁ ମୌସୁମୀ ବିଦାୟ ନେବା ପରେ ଗତ ଏକ ସପ୍ତାହ ହେଲା ରାଜ୍ୟରେ ହାଲୁକା ଶୀତ ଆରମ୍ଭ ହୋଇଛି । ଏହି ସମୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଏକ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ଅନୂଭୁତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ମଧ୍ୟରେ ପାଗ ପରିବର୍ତ୍ତନ ହେବ ବୋଲି ଆଜି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ସହ ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆଶଙ୍କା କରାଯାଇଛି । ଓଡ଼ିଶାର ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ।

Show More

Related Articles

Back to top button