ଗତ ୨୪ ଘଣ୍ଟାରେ ୩୧୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୩୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ, ବାଲେଶ୍ୱର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୭୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୩୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୯୧୪୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୦୫୭୯୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।