Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କମିଲା ବସ ଭଡ଼ା

କମିଲା ବସ ଭଡ଼ା । ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇବା ପରେ ବସ ଭଡ଼ାରେ ମଧ୍ୟ କିଛି ହ୍ରାସ ଘଟିଛି । ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଜାରି ହୋଇଥିବା ଏକ ନୋଟିସରେ ଏନେଇ ଉଲ୍ଲେଖ ରହିଛି । ୫ରୁ ୧୫ ପଇସା ପର୍ଯ୍ୟନ୍ତ ବସ୍ ଭଡ଼ା କମାଇଛି ପରିବହନ ବିଭାଗ । ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା କିଲୋମିଟର ପିଛା ୫ ପଇସା କମିଥିବାବେଳେ ଡିଲକ୍ସ ଓ ଏସି ଡିଲକ୍ସ ଭଡା କିଲୋମିଟର ପିଛା ୧୦ ପଇସା କମିଛି ।

ସାଧାରଣ ବସ୍ ଭଡ଼ା ପୂର୍ବରୁ ୯୨ ପଇସା ପ୍ରତି କିଲୋମିଟର ଥିବାବେଳେ ଏବେ ୮୭ ପଇସା ହୋଇଛି । ସେହିପରି ଏକ୍ସପ୍ରେସ ବସ୍ ଭଡା ୫ ପଇସା କମି କିଲୋମିଟରକୁ ୯୧ ପଇସା ହୋଇଛି । ଡିଲକ୍ସ ଭଡ଼ା ୧୦ ପଇସା କମି କିଲୋମିଟରକୁ ୧ ଟଙ୍କା ୨୫ ପଇସା ହୋଇଥିବା ବେଳେ ଏସି ଡିଲକ୍ସ ଭଡ଼ା ୧୦ ପଇସା କମି ୧ ଟଙ୍କା ୫୩ ପଇସା ହୋଇଛି । ସେହିପରି ସୁପର ପ୍ରିମିୟର ୧୫ ପଇସା କମି କିଲୋମିଟର ପିଛା ୨ ଟଙ୍କା ୩୮ ପଇସା ହୋଇଛି ।

Show More

Related Articles

Back to top button