୨୪ ଘଣ୍ଟାରେ ଭୁବନେଶ୍ୱରରେ ୮୭ କରୋନା ଆକ୍ରାନ୍ତ ଚିହ୍ନଟ

ବର୍ତ୍ତମାନ ରାଜଧାନୀ ଭୁବନେଶ୍ୱରରେ ସ୍ଥିର ରହିଛି କରୋନା ସଂକ୍ରମଣ । ଗତ କିଛି ଦିନ ହେବ ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି । ଆଜି ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।
ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୭ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୦ଜଣ ରହିଛନ୍ତି । ଏଯାଏ ରାଜଧାନୀରୁ ୧୧୯୩୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୬୨୯୨ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ ସୂଚନା ଦେଇଛି । ଏବେ ବି ରାଜଧାନୀରେ ୧୯୯୪ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୬୪ଜଣଙ୍କର ମୃତ୍ୟୁ ହୋଇଛି । ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି ।
Update on newly detected #COVID19 cases in the last
24hrs under the BMC area on 9th November (till 9am). pic.twitter.com/Logo8QQF0g— BMC (@bmcbbsr) November 9, 2021