Breaking PLUSଓଡ଼ିଶାପାଣିପାଗ
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା! ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଉର୍ଦ୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଝାରସୁଗୁଡ଼ା ଓ କେନ୍ଦ୍ରାପଡା । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି ।
ସେହିପରି ନଭେମ୍ବର ୧୩ ରୁ ୧୪ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ବି ସତର୍କ କରାଯାଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଯାବତ ସମ୍ବଲପୁରରେ ସର୍ବାଧିକ ୩୧.୭ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୬.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି । ନଭେମ୍ବର ୧୪ରୁ ୧୭ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ହାଲୁକା ବର୍ଷା ହେବା ସହିତ କାଳବୈଶାଖୀ ସମ୍ଭାବନା ଥିବା କୁହାଯାଉଛି ।