
ଗତ ୨୪ ଘଣ୍ଟା ମଧ୍ୟରେ ୧୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୦୬୦ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୩ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ଜଣ,

ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ରୁ ୨୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୦୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୮୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୨୦୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୯୬୪୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।


