ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଢେଙ୍କାନାଳ ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୦୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୯୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୧୨୦୮୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।