
ଗତ ୨୪ ଘଣ୍ଟା ମଧ୍ୟରେ ୨୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୭୬୦ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୪ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ,
ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୦୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍ରୁ ୨୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୧୩୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୧୭୯୭୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।