ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨ଜଣଙ୍କ ଜୀବନ

ମୃତ୍ୟୁସଂଖ୍ୟା ୮୪୩୬କୁ ବୃଦ୍ଧି

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ବରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

corona

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୩୬୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୪୭୨୭୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button