ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୮ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଯାଜପୁର ଜିଲ୍ଲାରୁ ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୮୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୨୧୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୦୫୩୮୪୮ସାମ୍ପୁଲ ଟେଷ୍ଟ୍ ହୋଇଛି ।