
ଗତ ୨୪ ଘଣ୍ଟା ମଧ୍ୟରେ ୧୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୫୦୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ,

ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ରୁ ୨୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୮୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୨୧୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୦୫୩୮୪୮ସାମ୍ପୁଲ ଟେଷ୍ଟ୍ ହୋଇଛି ।