(ରବିବାର)୨୦୨୧ ମସିହା ଅଦ୍ୟ ଡ଼ିସେମ୍ବର ମାସ ୨୬ ତାରିଖ
ସୂର୍ୟୋଦୟ-ପ୍ରାତଃ ଘ୦୬/୨୨/୨୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୧/୧୨
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐏ମେଷ👉ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ । ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ । ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି । ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି ।
🐮ବୃଷ👉ଅସ୍ୱାଭାବିକ ଚିନ୍ତାଧାରାର ସୃଷ୍ଟି ହେବା ସହ ବିକ୍ଷିପ୍ତ ମାନସିକ ସ୍ଥିତି ଉତ୍ପନ କରିବ । କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି । ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟ, ବ୍ୟବସାୟାଦି ସନ୍ତୋଷଦାୟକ ରହିବ ।
👩❤️👨ମିଥୁନ👉ସରକାରୀ ସାହାଯ୍ୟ, ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ । ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ କ୍ରମଶଃ ବଦଳିଯାଇପାରେ । ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସମ୍ଭାବନା ରହିଛି । ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ ।
🦀କର୍କଟ👉ଲାଗିରହିଥିବା ଟେନସନ୍ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ । ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ । ଭୁଲ୍ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି ।
🦁ସିଂହ👉ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ । ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ । ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ ।
🙎♀️କନ୍ୟା👉ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ । ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ । ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ । ଅଭାବ ନଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ ।
⚖️ତୁଳା👉ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ । ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି । ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ । ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି ।
🦂ବିଛା👉ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷାକରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍ କ୍ଷେତ୍ରରୁ ସୁଫଳ ମିଳିବ । କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି ।
🏹ଧନୁ👉ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି । ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ । ଘରୋଇ କ୍ଷେତ୍ରରେ ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି ।
🐊ମକର👉ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ । ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ । ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେଇପାରନ୍ତି ।
🏺କୁମ୍ଭ👉ଦୀର୍ଘଦିନରୁ ପାଉନଥିବା ଅର୍ଥ କିମ୍ବା ଭବିଷ୍ୟନିଧିରୁ ଟଙ୍କା ପାଇ ଆବଶ୍ୟକତାକୁ ପୂରଣ କରିବେ । ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଜନମଙ୍ଗଳକାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସିତ ହେବେ । କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ ।
🐟ମୀନ👉ବନ୍ଧୁ ଗହଣରେ ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି । ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହରମ୍ଭ, ପ୍ରତିଷ୍ଠାଦି ଓ ପ୍ରୀତି ପ୍ରଦାୟକ ରହିବ । ଉଚ୍ଚବର୍ଗଙ୍କ ସହାୟତା, ପାଖ ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ ।᯽⊱▬▬▬❊⊰❀▬▬❀⊱❊▬▬▬⊰᯽
ଜାତକ ଜନିତ ସମସ୍ୟା ନିମନ୍ତେ ଯୋଗାଯୋଗ କରନ୍ତୁ-
ଅମୀୟ ରଞ୍ଜନ ଶତପଥି
କଟକ ,ଛତିଆ,ଜଳୁକା,
{ଯୋଗା ଯୋଗ}
👇👇👇👇👇👇👇
📲ମୋବାଇଲ-୭୯୭୮୪୯୭୪୬୬
🪀୯୬୫୮୩୩୧୪୦୭