Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଂଟାରେ ମହାମାରୀ ନେଲା ୨ଜଣଙ୍କ ଜୀବନ
ମୃତ୍ୟୁ ସଂଖ୍ୟା ୮୪୭୮କୁ ବୃଦ୍ଧି
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୮୫୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୨୨୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୧୮୦୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୫୨୩୯୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୫୫୪୩୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।