
ବୁଧବାର ରାଜ୍ୟରେ ୬୦୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୨ ଲକ୍ଷ ୧୫ ହଜାର ୩୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୮୬ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୫୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥଙ୍କ ସଂଖ୍ୟା ୫ଶହ ତଳେ ରହିଛି ।