Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ଜଣଙ୍କର ଜୀବନ
ମୃତକଙ୍କ ସଂଖ୍ୟା ୯୧୧୬କୁ ବୃଦ୍ଧି

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ କଟକ ଜିଲ୍ଲାର ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୦୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୦୫୭୯୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।