
ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୨ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୭୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୨ ଛୁଇଁଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୩୦୮୭ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୭୩ ହଜାର ୦୫୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୧୬୬୦୫ ସଂକ୍ରମିତ ପ୍ରାଣ ହରାଇଛନ୍ତି ।