Breaking PLUSଆଇନ କାନୁନଓଡ଼ିଶାଦେଶମୁଖ୍ୟ ଖବର
୧୯୬ଟି ପଦବୀକୁ ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଏହାଦ୍ୱାରା ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥା ଅଧିକ ଦୃଢ ହୋଇପାରିବ।
ଭୁବନେଶ୍ୱର : ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍ଇନ୍ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ ଦ୍ୱାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି। ଏହାଦ୍ୱାରା ସମୁଦାୟ ୧୯୬ଟି ନୂତନ ପଦବୀ ସୃଷ୍ଟି ହୋଇଛି। ତେବେ ଏହି ନୂତନ ଅଧିକାରୀ ଓ କର୍ମଚାରୀମାନେ ରାଜ୍ୟରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟରେ ନିଯୁକ୍ତ ହେବେ। ପ୍ରତ୍ୟେକ ଆଉଟପୋଷ୍ଟରେ ଜଣେ ଲେଖାଏଁ ସବ୍ଇନିସ୍ପେକ୍ଟର ଓ ୬ ଜଣ ଲେଖାଏଁ କନେଷ୍ଟବଳ ନିୟୋଜିତ ହେବେ। ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ବିଭିନ୍ନ ଅପରାଧୀକ ଅନୁସଧ୍ୟାଂନ କ୍ଷେତ୍ରରେ ସେମାନେ ଦାୟିତ୍ୱ ନିର୍ବାହ କରିବେ। ଏହାଦ୍ୱାରା ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥା ଅଧିକ ଦୃଢ ହୋଇପାରିବ।