Breaking PLUSଅପରାଧଆଇନ କାନୁନଦୁର୍ଘଟଣାମୁଖ୍ୟ ଖବର
ଚିଲିକା କୂଳରେ ଯୁବକଙ୍କୁ ହତ୍ୟା
ଚିଲିକା କୂଳରେ ଯୁବକଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇଛି।

ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ସାହାବାଜପୁର ଗାଁ ଚିଲିକା କୂଳରେ ଜଣେ ଯୁବକଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ମଲେଶ୍ୱରୀ ଗାଁର ରାମ ଦୋରା। ସୂଚନା ରାମଙ୍କୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଆଜି ସକାଳେ ଚିଲିକା କୂଳରେ ରାମଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ରାମଙ୍କୁ କିଏ ଓ କାହିଁକି ହତ୍ୟା କଲା ତାର କାରଣ ସ୍ପଷ୍ଟ ହୋଇ ନାହିଁ।