Breaking PLUSଓଡ଼ିଶାଦେଶଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ରୋମରେ ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୧୦ ଦିନିଆ ବିଦେଶ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ଅପରାହ୍ନରେ ଇଟାଲିରେ ପହଞ୍ଚିଥିବା ନବୀନ ଆଜି ନିଜ ଗସ୍ତର ପ୍ରଥମ ଦିନରେ ବିଶ୍ୱର ସର୍ବ ପୂରାତନ ସହର ରୋମରେ ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଇଛନ୍ତି। ରୋମ ଗସ୍ତ ଆରମ୍ଭ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶାସନ ଓ ପ୍ରଶାସନରେ ଗାନ୍ଧୀବାଦକୁ ସର୍ବାଧିକ ଗୁରୁତ୍ୱ ଦେଉଥିବା ମୁଖ୍ୟମନ୍ତ୍ରୀ ବିଦେଶରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ କହିଛନ୍ତି ଯେ ଆମ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଏବଂ ନୀତି ଦ୍ୱାରା ମୁଁ ଅନୁପ୍ରାଣିତ। ନିଜ ଶାସନ ଓ ପ୍ରଶାସନରେ ସର୍ବଦା ଗାନ୍ଧୀବାଦକୁ ସର୍ବାଧିକ ଗୁରୁତ୍ୱ ଦେଉଥିବା ମୁଖ୍ୟମନ୍ତ୍ରୀ ୨୦୧୮ ମସିହାରେ ଦେଶବ୍ୟାପି ମହାତ୍ମା ଗାନ୍ଧୀଙ୍କର ୧୫୦ତମ ଜନ୍ମୋତ୍ସବ ପାଳନ ଲାଗି ଗଠିତ ଜାତୀୟ କମିଟିର ପ୍ରଥମ ବୈଠକରେ ଭାରତୀୟ ସମ୍ବିଧାନର ମୁଖବନ୍ଧ ବା ପ୍ରିଏମ୍ବଲରେ ‘ଅହିଂସା’ ଶବ୍ଦ ସାମିଲ୍ କରିବାକୁ ପ୍ରସ୍ତାବ ଦେଇଥିଲେ। ଏହା ମହାତ୍ମାଙ୍କ ପ୍ରତି ସବୁଠାରୁ ବଡ଼ ଶ୍ରଦ୍ଧାଞ୍ଜଳି ହେବ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ଏହି ବୈଠକରେ ମହାତ୍ମାଙ୍କ ବକ୍ତବ୍ୟକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶାନ୍ତି ବ୍ୟତିରେକ କୌଣସି ଅଗ୍ରଗତି ସମ୍ଭବ ନୁହେଁ।

Show More

Related Articles

Back to top button