Breaking PLUSଓଡ଼ିଶାପୂଜା ପାର୍ବଣଭକ୍ତିମୁଖ୍ୟ ଖବର

ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି ଭକ୍ତ

ପୁରୀ : ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଲା ନନ୍ଦିଘୋଷ ରଥ । ପୂର୍ବରୁ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି । ଏବେ ଶରଧା ବାଲିରେ ୩ ରଥ ସମାନ ହୋଇ ଛିଡା ହୋଇଛନ୍ତି । ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି । ଜୟ ଜଗନ୍ନାଥ ନାରାରେ ପ୍ରକମ୍ପିତ ହୋଇଛି ଶରଧାବାଲି । ରଥ ଯାତ୍ରା ପାଇଁ ଆଜି ଜନସମୁଦ୍ର ପାଲଟିଥିଲା ଶ୍ରୀକ୍ଷେତ୍ର । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ଜନସମୁଦ୍ର ସୃଷ୍ଟି କରିଥିଲା ବଡଦାଣ୍ଡରେ । ଆଜି ଭକ୍ତ ଭଗବାନଙ୍କ ମଧ୍ୟରେ ଅପୂର୍ବ ମିଳନ ଦେଖିବାକୁ ମିଳିଛି । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ମାଉସୀ ଘର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ମହାପ୍ରଭୁ । ଶ୍ରଦ୍ଧାର ଦଉଡିରେ ତିନି ଠାକୁରଙ୍କ ରଥକୁ ଟାଣି ଟାଣି ଆଣିଥିଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ।ଏବେ ତିନି ରଥ ଆସି ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଯାଇଛନ୍ତି ।

Show More

Related Articles

Back to top button