Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

କାଲିଠୁ ୫ଦିନ ଭିଜିବ ଓଡିଶା

ଭୁବନେଶ୍ୱର : କାଲିଠୁ ୫ ଦିନ ଭିଜିବ ସାରା ଓଡ଼ିଶା । ଆସନ୍ତାକାଲି ଲଘୁଚାପରେ ପରିଣତ ହେବ ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଲଗୁଚାପ ପ୍ରଭାବରେ ୪ରୁ ୫ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲକରୁ ମଧ୍ୟମଧରଣର ବର୍ଷା ହେବ ।ଏଥିପାଇଁ ୧୭ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଓ ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୫ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୬ତାରିଖରୁ ପରିମାଣ ବଢି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହି ସମୟରେ କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Show More

Related Articles

Back to top button