୫ତାରିଖରୁ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଗାମୀ ୫ ତାରିଖରୁ ରାଜ୍ୟରେ ସାମାନ୍ୟ ବଷା ବଢ଼ିବ ପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୫ ତାରିଖରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି। ଖାଲି ସେତିକି ନୁହେଁ, ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଆଦି ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜାଣିବାକୁ ମିଳିଛି ଯେ , ୪ ତାରିଖ ଦିନ ରାଜ୍ୟର ପାଗ ଶୁଖିଲା ରହିବ । ୫ ତାରିଖ ଦିନ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧ ଜୁନ୍ରୁ ୨ ଅଗଷ୍ଟ ଯାଏ ରାଜ୍ୟରେ ସର୍ବମୋଟ ୫୧୬.୩ମିମି ବର୍ଷା ହୋଇଯାଇଛି । ଏହି ସମୟ ଅବଧି ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଭାବେ ୫୭୨.୬ମିମି ବର୍ଷା ହୋଇଥାଏ। ଅର୍ଥାତ ଏବେ ରାଜ୍ୟରେ ମୋଟ୍ ୧୦% ନିଅଣ୍ଟ ବର୍ଷା ରେକର୍ଡ ହୋଇଥିଲେ ମଧ୍ୟ ଏହା ସ୍ୱାଭାବିକ ପରିସରଭୁକ୍ତ ।