ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍ । ଗତ କିଛିଦିନ ହେବ ଦୈନିକ ସଂକ୍ରମଣ ୫ଶହ ରୁ ୧ ହଜାର ରହୁଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୪୮୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୮ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୮୩୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୪୨ ଜଣ ଚିହ୍ନଟ ହୋଇଛନ୍ତି । ସମସ୍ତ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୯ ଜଣ, ବରଗଡ଼ରୁ ୩୦, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩୨ ଜଣ, ବୌଦ୍ଧରୁ ୧୦ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୨, ଗଜପତିରୁ ୬ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୧୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୫ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେଉଁଝରରୁ ୮, ଖୋର୍ଦ୍ଧା ଜିଲ୍ଲାରୁ ୧୧୭, କୋରାପୁଟ ଜିଲ୍ଲାରୁ ୧୭ ଜଣ, ମୟୂରଭଞ୍ଜରୁ ୫୫ ଜଣ, ନବରଙ୍ଗପୁରରୁ ୩୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୯ ଜଣ, ନୂଆପଡ଼ାରୁ ୨୧ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ବଲପୁରରୁ ୬୨ ଜଣ, ସୋନପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୨୪୨ ଜଣ ଓ ଷ୍ଟେଟପୁଲରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୧୭, ୩୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୦୧, ୯୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୧୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।