Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୨ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ଲଗାଣ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶକ୍ତିଶାଳୀ ହେବାରେ ଲାଗିଛି । ଓ୍ୱେଲ ମାର୍କଡ ଲୋ ପ୍ରେସର ଆଜି ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆଜି ସମସ୍ତ ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୪ ଜିଲ୍ଲା ସମ୍ବଲପୁର, କେନ୍ଦୁଝର, ଅନୁଗୁଳ, ବରଗଡ଼କୁ ଦିଆଯାଇଛି ରେଡ୍‌ ୱାର୍ଣ୍ଣିଂ । ୧୪ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଂଲୋ ୱାର୍ଣ୍ଣିଂ ସତର୍କତା ଦିଆଯାଇଛି । ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ ରହିବା ସହ ୧୨ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ଓ୍ୱେଲ୍ ମାର୍କଡ ଲୋ ପ୍ରେସର ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର । ଏଥିପାଇଁ ୧୧ ତାରିଖ ଯାଏ ମର୍ତ୍ସଜୀବିଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

Show More

Related Articles

Back to top button