Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

୧୯ରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ୧୯ ତାରିଖରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଳଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଳଘୁଚାପର ପ୍ରଭାବରେ ୧୮ ତାରିଖରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିବ । ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୯ ଓ ୨୦ ତାରିଖରେ ରାଜ୍ୟରେ ପୁଣି ଥରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଡ ବର୍ଷା ହେବାର ସମ୍ଭାବନା ନାହିଁ । ଓଡିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାସହିତ ଭୁବନେଶ୍ୱର ଓ କଟକର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବ ।

Show More

Related Articles

Back to top button